ଶୁକ୍ରବାର ଦିନ ପ୍ରାୟ ୩ ଟାରେ ବାଙ୍ଗିରିପୋଷି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଶାମାଖୁଣ୍ଟା ବ୍ଲକ ର ସପନଚୁଆ ସରକାରୀ ପ୍ରାଥମିକ ବିଦ୍ୟାଳୟ କୁ ପରିଦର୍ଶନ କଲେ ବାଙ୍ଗିରିପୋଷି ବିଧାୟିକା ସଞ୍ଜଳି ମୁର୍ମୁ। ସେଠାରେ ପିଲାମାନଙ୍କ ଗୁଣାତ୍ମକ ଶିକ୍ଷା ପାଇଁ ଅନୁକୂଳ ପରିବେଶ ସୃଷ୍ଟି କରିବା ଏବଂ ସମସ୍ତ ଛାତ୍ରଛାତ୍ରୀଙ୍କୁ ନିଜର ସନ୍ତାନ ଭାବି ଶିକ୍ଷାଦାନ କରିବାକୁ ଶିକ୍ଷକ, ଶିକ୍ଷୟତ୍ରୀମାନଙ୍କୁ ବିଧାୟିକା ମୋହଦୟ ପରାମର୍ଶ ଦେଇଥିଲେ।