କୁଚିଣ୍ଡା: ଭାତପୁରା ଉଚ୍ଚ ବିଦ୍ୟାଳୟରେ ଅବସର କାଳୀନ ସମ୍ବର୍ଦ୍ଧନା ଉତ୍ସବ ଅନୁଷ୍ଠିତ
ଜମନକିରା ବ୍ଲକ ଅନ୍ତର୍ଗତ ଭାତପୁରା ସ୍ଥିତ ପଞ୍ଚାୟତ ଉଚ୍ଚ ବିଦ୍ୟାଳୟରେ ଅବସର କାଳୀନ ସମ୍ବର୍ଦ୍ଧନା ସଭା ଅନୁଷ୍ଠିତ ହୋଇ ଯାଇଛି। ଉକ୍ତ ସଭାରେ ସହକାରୀ ଶିକ୍ଷକ କୈଳାସ ଚନ୍ଦ୍ର ଗୌଡ଼ଙ୍କୁ ଅବସରକାଳୀନ ସମ୍ବର୍ଦ୍ଧନା ଜ୍ଞାପନ କରାଯାଇଥିଲା। ସ୍କୁଲର ପ୍ରତିଷ୍ଠାତା ସଭାପତି ବିଜୟ କୁମାର ମହାନ୍ତିଙ୍କ ସଭାପତିତ୍ବରେ ସୋମବାର ଦିନ ଆୟୋଜିତ ହୋଇଥିବା ଏହି ଉତ୍ସବରେ ସମ୍ବଲପୁର ଓ ଦେବଗଡ଼ ଜିଲ୍ଲାର ବିଭିନ୍ନ ସ୍କୁଲର ପ୍ରଧାନ ଶିକ୍ଷକ ଓ ସହକାରୀ ଶିକ୍ଷକ ମାନେ ଉପସ୍ଥିତ ରହିଥିଲେ। ଛାତ୍ର ଛାତ୍ରୀଙ୍କ ପକ୍ଷରୁ ବିଦାୟୀ ସଙ୍ଗୀତ ସମେତ ବିଭିନ୍ନ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯାଇଥିଲା।