ରାଜ୍ୟ ସରକାରଙ୍କ ନିର୍ଦ୍ଦେଶ କ୍ରମେ ଲୋକଙ୍କୁ ସରକାରଙ୍କ ବିଭିନ୍ନ ଯୋଜନା ଉପରେ ସଚେତନତା କରିବା ଲକ୍ଷରେ ପ୍ରତି ବ୍ଲକ ରେ ମତ୍ସ୍ୟ ଓ ପ୍ରାଣୀସମ୍ପଦ ମେଳା ଆୟୋଜନ କରି ପଶୁ ପାଳନ ଓ ମତ୍ସ୍ୟ ସମ୍ପଦ ଉପରେ ଲୋକଙ୍କ ମଧ୍ୟରେ ସଚେତନତା ସୃଷ୍ଟି କରି ସରକାରଙ୍କ ଯୋଜନାରେ ସାମିଲ ହୋଇ ଲାଭ ଉଠାଇବା ଉଦ୍ଧେଶ୍ୟରେ ଏହି କାର୍ଯ୍ୟକ୍ରମଟି ଅନୁଷ୍ଠିତ ହୋଇଯାଇଛି। ଏଥିରେ ମୁଖ୍ୟ ଅତିଥି ଭାବରେ ବରଗଡ ସାଂସଦ ପ୍ରତିନିଧି ପ୍ରୀତମ ମେହେର ଓ ସମ୍ମାନିତ ଅତିଥି ଭାବରେ ବ୍ଲକ ଅଧ୍ୟକ୍ଷ ରଣଜିତ ସିଂ ବରିହା, abdo, ବ୍ଲକ ଉପାଧ୍ୟକ୍ଷା, ମୁଖ୍ୟ ଜିଲ୍ଲା ପ୍ରାଣୀ ଚିକିତ୍ସା ଧିକାରୀ ବରଗଡ ଯୋଗଦେଇଥିଲେ। ।