ଛତ୍ରପୁର ବିଧାୟକ କୃଷ୍ଣ ଚନ୍ଦ୍ର ନାୟକ ସୋମବାର ଅପରାହ୍ନରେ ଆର୍ଯ୍ୟପଲ୍ଲୀ ଓ ଅଗସ୍ତି ନୂଆଗାଁ ପଞ୍ଚାୟତରେ ଥିବା ବାତ୍ୟା ଆଶ୍ରୟସ୍ଥଳଗୁଡିକ ବୁଲି ଦେଖିଛନ୍ତି। ଏଥିସହ ସମୁଦ୍ରକୂଳକୁ ଯାଇ ମତ୍ସ୍ୟଜୀବୀମାନଙ୍କୁ ସଚେତନ କରାଇଛନ୍ତି । ବାତ୍ୟା ଆଶ୍ରୟସ୍ଥଳୀ ଗୁଡିକରେ ଆବଶ୍ୟକ ସରଞ୍ଜାମ ଏବଂ ଖାଦ୍ୟ ରଖିଛି କି ନାହିଁ ତାହାର ଅନୁଧ୍ୟାନ କରିବା ସହ ଲୋକଙ୍କୁ କିପରି ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତର କରାଯିବ ସେ ନେଇ ଉପସ୍ଥିତ ଅଧିକାରୀମାନଙ୍କ ସହ ଆଲୋଚନା କରିଛନ୍ତି ।