ସମ୍ବଲପୁର ମ୍ୟୁନିସିପାଲଟି: ଭାରତୀୟ କମ୍ୟୁନିଷ୍ଟ ପାର୍ଟି ପକ୍ଷରୁ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ଅତିରିକ୍ତ ଜିଲ୍ଲାପାଳଙ୍କୁ ଦାବିପତ୍ର ପ୍ରଦାନ
ଆଜି ଭାରତୀୟ କମ୍ୟୁନିଷ୍ଟ ପାର୍ଟି ସମ୍ବଲପୁର ଜିଲ୍ଲା ପରିଷଦ ପକ୍ଷରୁ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଥିଲା। ବିଶେଷକରି ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଯୋଗୁଁ ରାଜ୍ୟ ତଥା ଜିଲ୍ଲାରେ ଶୁଦ୍ଧ ପାନୀୟ ଜଳର ଅଭାବ ଦୁର କରିବା। ଅତ୍ୟାବଶ୍ୟକୀୟ ନିତ୍ୟ ବ୍ୟବହୃତ ସାମଗ୍ରୀର ଦରଦାମ ବୃଦ୍ଧି ନିୟନ୍ତ୍ରଣ କରିବା ସମେତ ମୋଟ୍ ୯ ଦଫା ଦାବି ସମ୍ବଳିତ ଏକ ଦାବିପତ୍ର ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଠାରେ ଅତିରିକ୍ତ ଜିଲ୍ଲାପାଳ ସୁଧାଂଶୁ ଭୋଇଙ୍କୁ ସାକ୍ଷାତ କରି ପ୍ରଦାନ କରାଯାଇଥିଲା।