କେନ୍ଦ୍ରାପଡା: ପଟ୍ଟାମୁଣ୍ଡାଇ ପୌରାଞ୍ଚଳର ବିଭିନ୍ନ ସ୍ଥାନରେ ଉତ୍କଳ ଦିବସ ପାଳିତ, ଯୋଗଦେଲେ ବିଧାୟକ ଧ୍ରୁବ ସାହୁ
ପବିତ୍ର ଉତ୍କଳ ଦିବସ ଅବସରରେ ପଟ୍ଟାମୁଣ୍ଡାଇ ମହାବିଦ୍ୟାଳୟ ପରିସରରେ ପଟ୍ଟାମୁଣ୍ଡାଇ ବିକାଶ ପରିଷଦର କର୍ମକର୍ତ୍ତା ଓ ସ୍ଥାନୀୟ ନେତୃବୃନ୍ଦ ମାନଙ୍କ ସହିତ ଦିନ 10 ଟା ବେଳେ ଜାତିର ପିତା ମହାତ୍ମାଗାନ୍ଧୀ ଏବଂ ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ କଲେ ବିଧାୟକ l ସେହିପରି ଉତ୍କଳ ଦିବସ ଅବସରରେ ପଟ୍ଟାମୁଣ୍ଡାଇ ବ୍ଲକ୍ ପରିସରରେ ମହାତ୍ମାଗାନ୍ଧୀଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ କଲେ ବିଧାୟକ l ପଟ୍ଟାମୁଣ୍ଡାଇ ପୌରାଞ୍ଚଳ ଅନ୍ତର୍ଗତ ଭାରତୀୟ ଷ୍ଟେଟବ୍ୟାଙ୍କ ଛକ ନିକଟରେ ଆମ୍ବେଦକରଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ କଲେ l