ଫୁଲବାଣୀ ସହର: ଏନଏସି ଦାବିରେ ଦାରିଙ୍ଗବାଡି ପଞ୍ଚାୟତ କାର୍ଯ୍ୟାଳୟ ପରିସର ମଧ୍ୟରେ ସ୍ୱତନ୍ତ୍ର ଗ୍ରାମସଭା
କନ୍ଧମାଳ ଜିଲ୍ଲା ଦାରିଙ୍ଗବାଡି କୁ ବିଜ୍ଞାପିତ ଅଞ୍ଚଳ ପରିଷଦ ପାଇଁ ସ୍ୱତନ୍ତ୍ର ଗ୍ରାମସଭା ବୁଧବାର ପୂର୍ବାହ୍ନ ୧୦ ଘଣ୍ଟା ସମୟରେ ଦାରିଙ୍ଗିବାଡ଼ି ପଞ୍ଚାୟତ କାର୍ଯ୍ୟାଳୟ ପରିସରରେ ଅନୁଷ୍ଠିତ ହୋଇଯାଇଛି। ସରପଞ୍ଚ ଚନ୍ଦ୍ରିକା ମଲିକ ଙ୍କ ଅଧ୍ୟକ୍ଷତା ରେ ମୁଖ୍ୟ ଅତିଥିଭାବେ ଗୋଷ୍ଠି ପଞ୍ଚାୟତ ଉନ୍ନୟନ ଅଧିକାରୀ ସୁରେଶ ଚନ୍ଦ୍ର ପଣ୍ଡାଙ୍କ ସମେତ ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ ରୋଶନ କୁମାର ରଥ ପ୍ରମୁଖ ଉପସ୍ଥିତ ଥିଲେ। ଏହି ଅବସରରେ ପ୍ରତିକ୍ରିୟା ରଖିଛନ୍ତି ଆଇନଜୀବୀ ସଂଘ ସଭାପତି ।