ଭଗବାନ ବିର୍ସା ମୁଣ୍ଡାଙ୍କ ଜନ୍ମ ଦିବସକୁ ଦେଶବ୍ୟାପୀ ଜନଜାତୀୟ ଗୌରବ ଦିବସ ଭାବେ ପାଳନ ହେଉଛି । ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଗୁଜୁରାଟରୁ ଶହୀଦ ବିର୍ସା ମୁଣ୍ଡାଙ୍କ ପ୍ରତି ଶ୍ରଦ୍ଧାଞ୍ଜଳି ଅର୍ପଣ କରି ଦେଶବାସୀଙ୍କୁ ଉଦବୋଧନ ଦେଇଥିବା ବେଳେ ଗଞ୍ଜାମ ଜିଲ୍ଲା ପାତ୍ରପୁର ଠାରେ ଏହି ଦିବସ ପାଳନ କରାଯାଇଛି। ଶନିବାର ମଧ୍ୟାହ୍ନରେ ବିର୍ସା ମୁଣ୍ଡାଙ୍କ ଉପରେ ଆଧାରିତ ଏକ ନାଟକ ଅନୁଷ୍ଠିତ ହୋଇଯାଇଛି। କାର୍ଯ୍ୟକ୍ରମରେ ସାଂସଦ ପ୍ରତିନିଧି ମୀନା ଦ୍ୟାନ ସାମନ୍ତରାୟ, ସ୍ଥାନୀୟ ବାସିନ୍ଦା ଉପସ୍ଥିତ ଥିଲେ।