କଳାହାଣ୍ଡି ଜିଲ୍ଲା ଧର୍ମଗଡ ଉତ୍ସବ ପଡିଆରେ ଜିଲ୍ଲା ସ୍ତରୀୟ ରାଷ୍ଟୀୟ ବାଳ ବୈଜ୍ଞାନିକ ପ୍ରଦର୍ଶନୀ ମେଳା ଅନୁଷ୍ଠିତ ହୋଇଯାଇଛି । ଉଦଘାଟନୀ କାର୍ଯ୍ୟକ୍ରମ ରେ ଜିଲ୍ଲା ଶିକ୍ଷା ଅଧିକାରୀ ରାଧାକାନ୍ତ ଛତ୍ରୀ ଙ୍କ ସଭାପତିତ୍ୱ ରେ ଅତିଥି ଭାବରେ ଧର୍ମଗଡ ବିଧାୟକ ସୁଧୀର ରଞ୍ଜନ ପଟ୍ଟଯୋଶୀ, ଉପଜିଲ୍ଲାପାଳ ପ୍ରେକ୍ଷା ଅଗ୍ରୱାଲ ଯୋଗ ଦେଇ ଏକ ସମୃଦ୍ଧ ଓ ବିକଶିତ ଭାରତ ଗଠନ ପାଇଁ ବିଜ୍ଞାନ ର ଭୂମିକା ଗୁରୁତ୍ବପୂର୍ଣ୍ଣ ବୋଲି କହିଥିଲେ ।