କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ରାପଡାବାଡ଼ି ନୋଡାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସର ମଧ୍ୟରେ ବ୍ଲକ ସ୍ତରୀୟ ଦିବ୍ୟାଙ୍ଗ ଛାତ୍ରୀଛାତ୍ରଙ୍କ କ୍ରୀଡା ଓ ସାଂସ୍କୃତିକ କାର୍ଯ୍ୟକ୍ରମ ଏବିଇଓ ବନମାଳୀ ମାଝୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି।ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥିଭାବେ ତହସିଲଦାର ଧୀରୋଜ ପାତ୍ର ମୁଖ୍ୟ ଅତିଥିଭାବେ ଯୋଗଦେଇ ଦିବ୍ୟାଙ୍ଗ ଛାତ୍ରୀଛାତ୍ର ଛାତ୍ରମାନଙ୍କୁ ବିଭିନ୍ନ କ୍ଷେତ୍ରରେ ସେମାନେ ମଧ୍ୟ ଜଣେ ସାଧାର ରଣ ଛାତ୍ରୀଛାତ୍ରଙ୍କ ସହ ସମାନ ବୋଲି କହିଥିଲେ। ଦିବ୍ୟାଙ୍ଗ ଛାତ୍ରୀଛାତ୍ରମାନଙ୍କ ପାଇଁ ଅନେକ ଯୋଜନା କରିଛନ୍ତି।