ଆନନ୍ଦପୁର: ନନ୍ଦିପଦା ପୁଲିସ ପକ୍ଷରୁ ରାଷ୍ଟ୍ରୀୟ ଏକତା ଦିବସ ପାଳିତ
ସ୍ୱାଧୀନତା ସଂଗ୍ରାମୀ ତଥା ଲୌହ ମାନବ ସର୍ଦ୍ଦାର ବଲ୍ଳଭ ଭାଇ ପଟେଲଙ୍କ ୧୫୦ତମ ଜୟନ୍ତୀ ଅବସରରେ ନନ୍ଦିପଦା ଥାନା ପକ୍ଷରୁ ରାଷ୍ଟ୍ରୀୟ ଏକତା ଦିବସ ପାଳିତ ହୋଇଯାଇଛି l ନନ୍ଦିପଦା ଥାନାର ଆଇଆଇସି ଧର୍ମେନ୍ଦ୍ର ଶାନ୍ତିଙ୍କ ପ୍ରତ୍ୟେକ୍ଷ ତତ୍ୱାବଧାନରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ଆମ ପୁଲିସ ସମିତି ସଦସ୍ୟ, ହାଟଡ଼ିହି କଲେଜ ଓ ଛେନାପଦି କଲେଜ ର ଛାତ୍ରଛାତ୍ରୀ, ଅଧ୍ୟାପକ, ଅଧ୍ୟାପିକା ମାନେ ଯୋଗଦେଇଥିଲେ। ସକାଳ ୯ଟାରୁ ଦିନ୧୧ଟା ପର୍ଯ୍ୟନ୍ତ ଏହି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା ।