ବରଗଡ: ବିଜୁ ପଟ୍ଟନାୟକ ଟାଉନ ହଲ ଠାରେ ଅନୁଷ୍ଠିତ ହେଲା ଜିଲ୍ଲା ସ୍ତରୀୟ ଶିଶୁ ମହୋତ୍ସବ,ଶୁଣନ୍ତୁ ପ୍ରତିକ୍ରିୟା
ଜିଲ୍ଲା ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ବରଗଡ଼ର ସ୍ଥାନୀୟ ବିଜୁ ପଟ୍ଟନାୟକ ଟାଉନ ହଲ ଠାରେ ଅନୁଷ୍ଠିତ ହୋଇଯାଇଛି | ସୋମବାର ମଧ୍ୟାହ୍ନ 12 ଘଣ୍ଟା ସମୟରେ ମୁଖ୍ୟ ଅତିଥିଭାବେ ବରଗଡ଼ ଅତିରିକ୍ତ ଜିଲ୍ଲାପାଳ ଶ୍ରୀମତୀ ମଧୁଛନ୍ଦା ସାହୁ,ଜିଲ୍ଲା ଶିକ୍ଷା ଅଧିକାରୀ ଜ୍ୟୋତିକାନ୍ତ ସାହୁ,ସୁବୋଧ କୁମାର ଦାଶ,ପୂର୍ବତନ ଜିଲ୍ଲା ଶିକ୍ଷା ଅଧିକାରୀ,ସୁଶାନ୍ତ ଚୋପଦାର,ପୂର୍ବତନ ଜିଲ୍ଲା ଶିକ୍ଷା ଅଧିକାରୀ,କଳାହାଣ୍ଡି,ଶୈଳଧି ରାଜ ତନୟା ଶତପଥୀ ମଞ୍ଚାସିନ ରହିଥିଲେ ।