ସମ୍ବଲପୁର ଜିଲ୍ଲା ଅନ୍ତର୍ଗତ ବାମରା ଆଦର୍ଶ ବିଦ୍ୟାଳୟ ଠାରେ ବ୍ଲକ ସ୍ତରୀୟ ବିଜ୍ଞାନ ମେଳା ଓ ପ୍ରଦର୍ଶନୀ ଶୁକ୍ରବାର ଦିନ ଅନୁଷ୍ଠିତ ହୋଇଯାଇଛି। ରାଷ୍ଟ୍ରୀୟ ଆବିଷ୍କାର ଅଭିଯାନ ଆନୁକୂଲ୍ୟରେ ଆୟୋଜିତ ଉକ୍ତ କାର୍ଯ୍ୟକ୍ରମର ବିଜ୍ଞାନ ପ୍ରଦର୍ଶିନୀରେ ଶହେ ୯୦ ଗୋଟି ପ୍ରକଳ୍ପ, ଇକୋ କ୍ଲବର ୭୦ ଗୋଟି ପ୍ରକଳ୍ପ ତଥା ସେମିନାର ର ୪୫ ଗୋଟି ପ୍ରକଳ୍ପ ପ୍ରଦର୍ଶିତ କରାଯାଇଥିଲା। ଏହାର ଉଦଯାପନୀ ଉତ୍ସବ ରେ ସମ୍ବଲପୁର ଜିଲ୍ଲା ପରିଷଦ ସଭାନେତ୍ରୀ କୁମୁଦିନୀ ନାୟକ ଯୋଗ ଶିଶୁ ବୈଜ୍ଞାନିକ ମାନଙ୍କୁ ଉତ୍ସାହିତ କରିଥିଲେ।