ନୟାଗଡ଼ ଜିଲ୍ଲା ରଣପୁର ବ୍ଲକ କାର୍ଯ୍ୟାଳୟ ପରିସରରେ ଆଜି ବିଏସକେଓ୍ବାଇ ନବୀନ କାର୍ଡ ବଣ୍ଟନ କରିଛନ୍ତି ରଣପୁର ବିଧାୟକ ତଥା ନୟାଗଡ଼ ଜିଲ୍ଲା ଯୋଜନା ବୋର୍ଡ ଅଧ୍ୟକ୍ଷ ସତ୍ୟନାରାୟଣ ପ୍ରଧାନ। ଏହି କାର୍ଯ୍ୟକ୍ରମରେ ନୟାଗଡ଼ ଜିଲ୍ଲା ପରିଷଦ ଅଧ୍ୟକ୍ଷ ଇଂ ଦେବାଶିଷ ପଟ୍ଟନାୟକ, ରଣପୁର ବିଡ଼ିଓ ସୁଧୀର କୁମାର ନାୟକ, ବ୍ଲକ ଉପାଧ୍ୟକ୍ଷ ପ୍ରଭାତ କୁମାର ଦଳବେହେରା ପ୍ରମୁଖ ଯୋଗଦେଇଥିଲେ। ଏହି କାର୍ଯ୍ୟକ୍ରମରେ ଯୋଗ୍ୟ ହିତାଧିକାରୀ ମାନଙ୍କୁ ବିଏସକେଓ୍ବାଇ ନବୀନ କାର୍ଡ ବଣ୍ଟନ କରାଯାଇଥିଲା।