କାମାକ୍ଷାନଗର: ବାଲିବୋ ଓ ମହୁଲପାଳରେ ନୂତନ ଆଦର୍ଶ ପ୍ରାଥମିକ ବିଦ୍ୟାଳୟର ଭିତ୍ତିପ୍ରସ୍ତର ସ୍ଥାପନ
ବାଲିବୋ ଓ ମହୁଲପାଳରେ ତୃତୀୟ ପର୍ଯ୍ୟାୟ ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟ ପାଇଁ ଭିତ୍ତିପ୍ରସ୍ତର ସ୍ଥାପିତ। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଭିଡିଓ କନଫରେନ୍ସିଂ ଜରିଆରେ କାର୍ଯ୍ୟକ୍ରମର ଶୁଭାରମ୍ଭ କରିଥିବାବେଳେ ବିଧାୟକ ଶତ୍ରୁଘନ ଜେନା ଏଥିରେ ସାମିଲ ହୋଇଥିଲେ।