ଓରିଏଣ୍ଟ: ଡ଼ିଏମଏଫ ହଲରେ କାର୍ଯ୍ୟକ୍ଷେତ୍ରରେ ମହିଳାଙ୍କ ପ୍ରତି ଯୌନ ଉତ୍ପୀଡ଼ନ ଆଇନ ୨୦୧୩ ଉପରେ ଦିନିକିଆ ଜିଲ୍ଲା ସ୍ତରୀୟ ତାଲିମ କାର୍ଯ୍ୟକ୍ରମ ଅନୁଷ୍ଠିତ
କାର୍ଯ୍ୟକ୍ଷେତ୍ରରେ ମହିଳାଙ୍କ ପ୍ରତି ଯୌନ ଉତ୍ପୀଡ଼ନ, ପ୍ରତିରୋଧ, ନିଷିଦ୍ଧ ଓ ନିରାକରଣ ଆଇନ ୨୦୧୩ ଉପରେ ଦିନିକିଆ ଜିଲ୍ଲା ସ୍ତରୀୟ ତାଲିମ କାର୍ଯ୍ୟକ୍ରମ ଆଜି ସକାଳ ଏଗାରଟା ସମୟରେ ଜିଲ୍ଲା ଖଣିଜ ପାଣ୍ଠି ପ୍ରେକ୍ଷାଳୟ ଠାରେ ଅନୁଷ୍ଠିତ ହୋଇଯାଇଛି। ଜିଲ୍ଲାପାଳ କୁଣାଲ ମୋତିରାମ ଚହ୍ବାଣ ପ୍ରଦୀପ ପ୍ରଜ୍ବଳନ ପୂର୍ବକ କାର୍ଯ୍ୟକ୍ରମ ଉଦ୍ଘାଟନ କରିଥିଲେ। ଜିଲ୍ଲା ସମାଜ କଲ୍ୟାଣ ଅଧିକାରୀ ପୂଣ୍ୟବତୀ ହେଲେନ ଖେସ ପ୍ରାକ ସୂଚନା ପ୍ରଦାନ କରିଥିଲେ । ସମାଜ କଲ୍ୟାଣ କାର୍ଯ୍ୟାଳୟ ଆନୁକୂଲ୍ୟରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଜିଲ୍ଲାର ସମସ୍ତ ସରକାରୀ ଓ ବେସରକାରୀ ଅନୁଷ୍ଠାନମାନଙ୍କର