#ଯାଜପୁରରେ_ଜାତୀୟ_ସ୍ୱେଚ୍ଛାକୃତ_ରକ୍ତଦାନ_ଦିବସ_ପାଳିତ
ଯାଜପୁର ଜିଲ୍ଲାରେ ଜାତୀୟ ସ୍ୱେଚ୍ଛାକୃତ ରକ୍ତଦାନ ଦିବସ-୨୦୨୬ ମହାସମାରୋହରେ ପାଳିତ ହୋଇଯାଇଛି। ଓଡ଼ିଶା ରକ୍ତ ଭଣ୍ଡାର, ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ପକ୍ଷରୁ ମହାରାଜା ଯାଜତି କେଶରୀ ମେଡିକାଲ କଲେଜ ଓ ହସ୍ପିଟାଲ ର ଅଡିଟୋରିୟମ୍ଠାରେ ଏହି କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା। ଏହି କାର୍ଯ୍ୟକ୍ରମରେ ଜିଲ୍ଲାପାଳ ଅମ୍ବର କୁମାର କର ମୁଖ୍ୟ ଅତିଥି ଭାବେ ଯୋଗ ଦେଇ କାର୍ଯ୍ୟକ୍ରମକୁ ଆନୁଷ୍ଠାନିକ ଭାବେ ଉଦଘାଟନ କରିଥିଲେ। ଆୟୋଜିତ କାର୍ଯ୍ୟକ୍ରମରେ ମୁଖ୍ୟ ବକ୍ତା ଭାବେ ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀ ଡ. ନଗେନ୍ଦ୍ର ନାଥ ମହାପାତ୍ର, ସମ୍ମାନିତ ଅତିଥି ଭାବେ ମହାରାଜା ଯାଜତି କେଶରୀ ମେଡିକାଲ କଲେଜ ଓ ହସ୍ପିଟାଲର ଡିନ୍ ତଥା ପ୍ରିନ୍ସିପାଲ ପ୍ରଫେସର ଜମି ସାଗର ପୃଷ୍ଟି, ଡାକ୍ତର ମନୋଜ କୁମାର ସେନାପତି ସମେତ ବ୍ଲଡ୍ ସେଣ୍ଟରର ଅନ୍ୟାନ୍ୟ କର୍ମକର୍ତ୍ତା ପ୍ରମୁଖ ଯୋଗ ଦେଇ ସମାଜରୁ ରକ୍ତ ର ସଙ୍କଟ ଦୂର କରିବା ପାଇଁ ସ୍ବେଚ୍ଛାସେବୀ ସଙ୍ଗଠନ ଓ ଯୁବ ପିଢ଼ିଙ୍କୁ ଆହ୍ୱାନ ଦେଇଥିଲେ। ଏହି ଅଵସରରେ ଚଳିତ ବର୍ଷ ଜିଲ୍ଲାର ବିଭିନ୍ନ ସ୍ଥାନରେ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ଆୟୋଜନ କରିଥିବା ଶତାଧିକ ସ୍ବେଚ୍ଛାସେବୀ ସଙ୍ଗଠନ, ଶିକ୍ଷାନୁଷ୍ଠାନ ଓ ବିଭିନ୍ନ ଅନୁଷ୍ଠାନର କର୍ମକର୍ତା ଙ୍କୁ ଉପସ୍ଥିତ ଅତିଥି ମାନେ ମାନପତ୍ର ପ୍ରଦାନ ପୂର୍ବକ ସମ୍ବର୍ଦ୍ଧନା ଜ୍ଞାପନ କରିବା ସହ ଆଗାମୀ ଦିନରେ ଆହୁରି ଅଧିକରୁ ଅଧିକ ରକ୍ତ ସଂଗ୍ରହ କରିବାକୁ ଉତ୍ସାହିତ କରିଥିଲେ।
#JajpurNews #jajpurkhabar #Aeiodisha #lntvnetwork
Bhubaneswar M Corp, Khordha | Oct 2, 2026