ପଟ୍ଟାଙ୍ଗୀ: କୋରାପୁଟ ଜିଲ୍ଲାରେ ଆସନ୍ତା କାଲି ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ନେଇ ୟେଲୋ ୱାର୍ନିଂ ଜାରି କରିଛି ରାଜ୍ୟ ପାଣିପାଗ ବିଜ୍ଞାନ କେନ୍ଦ୍ର
କୋରାପୁଟ ଜିଲ୍ଲାରେ ଆସନ୍ତା କାଲି ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ନେଇ ୟେଲୋ ୱାର୍ନିଂ ଜାରି କରିଛି ରାଜ୍ୟ ପାଣିପାଗ ବିଜ୍ଞାନ କେନ୍ଦ୍ର। ଏନେଇ ଆଜି ଦିନ ୨ଟା ସମୟରେ କୋରାପୁଟ ଜିଲ୍ଲା ପ୍ରଶାସନକୁ ସତର୍କ କରାଯାଇଛି। କୋରାପୁଟ ଜିଲ୍ଲାର ବିଭିନ୍ନ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସହ ବିଜୁଳି ଘଡ଼ଘଡ଼ି ପବନ ବହିବା ସମ୍ଭାବନା ରହିଥିବା ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି।