ସମ୍ବଲପୁର ମ୍ୟୁନିସିପାଲଟି: ପହଲଗାମ ଆତଙ୍କବାଦୀ ଆକ୍ରମଣ ଘଟଣା, ଜିଲ୍ଲା କଂଗ୍ରେସ କାର୍ଯ୍ୟାଳୟରୁ ଗୋଲବଜାର ପର୍ଯ୍ୟନ୍ତ ମହମବତୀ ଶୋଭାଯାତ୍ରା ଅନୁଷ୍ଠିତ
ପହଲଗାମ୍ ରେ ଆତଙ୍କବାଦୀ ଆକ୍ରମଣ ଘଟଣାରେ ମୃତ୍ୟୁବରଣ କରିଥିବା ନିରୀହ ପର୍ଯ୍ୟଟକଙ୍କ ଅମରଆତ୍ମାର ସଦଗତି ପାଇଁ ସମ୍ବଲପୁର ଜିଲ୍ଲା କଂଗ୍ରେସ କମିଟି ତରଫରୁ ଗୁରୁବାର ରାତି 7,30 ମିନିଟ୍ ସମୟରେ ଏକ ମହମବତୀ ଶୋଭାଯାତ୍ରା ଅନୁଷ୍ଠିତ କରାଯାଇଥିଲା। ଜିଲ୍ଲା କଂଗ୍ରେସ କମିଟି ସଭାପତି ଜୟଶଙ୍କର ମିଶ୍ରଙ୍କ ନେତୃତ୍ବରେ ଅନୁଷ୍ଠିତ ଏହି ଶୋଭାଯାତ୍ରାଟି ଜିଲ୍ଲା କଂଗ୍ରେସ କମିଟି କାର୍ଯ୍ୟାଳୟ ଠାରୁ ଗୋଲବଜାର ଛକ ପର୍ଯ୍ୟନ୍ତ ଅନୁଷ୍ଠିତ ହୋଇ ଆତଙ୍କବାଦୀ ଆକ୍ରମଣ ଘଟଣାକୁ ଦୃଢ଼ ନିନ୍ଦା କରାଯାଇଛି।