ଝାରସୁଗୁଡା: କାଦୋବାହାଲ ଜଙ୍ଗଲ ରାସ୍ତାକଡ଼ରୁ ଉଦ୍ଧାର ହୋଇ ଚିକିତ୍ସିତ ନବଜାତ ଶିଶୁକନ୍ୟାର ସ୍ୱାସ୍ଥ୍ୟବସ୍ଥା ବୁଝିଲେ ଜିଲ୍ଲା ଶିଶୁ ମଙ୍ଗଳ ସମିତି ଅଧ୍ୟକ୍ଷ
ଝାରସୁଗୁଡା ଜିଲ୍ଲା ଲଇକେରା ଥାନା ଅନ୍ତର୍ଗତ କାଦୋବାହାଲ ଜଙ୍ଗଲ ରାସ୍ତାକଡ଼ରୁ ଉଦ୍ଧାର ହୋଇଥିବା ନବଜାତ ଶିଶୁକନ୍ୟାର ସ୍ୱାସ୍ଥ୍ୟ ଅବସ୍ଥା ବୁଝିଲେ ଝାରସୁଗୁଡା ଜିଲ୍ଲା ଶିଶୁ ମଙ୍ଗଳ ସମିତି ଅଧ୍ୟକ୍ଷ ଆଶୀଷ କୁମାର ପଣ୍ଡା। ତେବେ ଆଜି ଦିନ ବାରଟା ସମୟରେ ଝାରସୁଗୁଡା ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ଯାଇ ଚିକିତ୍ସିତ ହେଉଥିବା ଶିଶୁ କନ୍ୟାର ସ୍ୱାସ୍ଥ୍ୟବସ୍ଥା ସମ୍ପର୍କରେ ପଚାରି ବୁଝିଛନ୍ତି ଜିଲ୍ଲା ଶିଶୁ ମଙ୍ଗଳ ସମିତି ଅଧ୍ୟକ୍ଷ ଆଶୀଷ କୁମାର ପଣ୍ଡା ଙ୍କ ସମେତ ଅନ୍ୟାନ୍ୟ ସଦସ୍ୟ। ଶିଶୁ କନ୍ୟାର ସ୍ବାସ୍ତ୍ୟ ଅବସ୍ଥା ସ୍ଥିର ରହିଥିବା ବେଳେ ଡାକ୍ତରଙ୍କ ରିପୋର୍ଟ ଅନୁଯାୟୀ ଉଦ୍ଧାର