ଝାରସୁଗୁଡା: ଝାରସୁଗୁଡା ଜିଲ୍ଲା ଖଣିଜ ପାଣ୍ଠି ପ୍ରକୋଷ୍ଠରେ ଜିଲ୍ଲା ସ୍ତରୀୟ ଦୁର୍ନୀତି ନିବାରଣ ସଚେତନତା ସପ୍ତାହ ପାଳିତ
ଝାରସୁଗୁଡା ଜିଲ୍ଲା ଖଣିଜ ପାଣ୍ଠି ପ୍ରକୋଷ୍ଠରେ ଜିଲ୍ଲା ସ୍ତରୀୟ ଦୁର୍ନୀତି ନିବାରଣ ସଚେତନତା ସପ୍ତାହ ପାଳିତ ହୋଇଯାଇଛି l ଜିଲ୍ଲା ପ୍ରଶାସନ ଏବଂ ଭିଜିଲାନ୍ସ ବିଭାଗର ମିଳିତ ଆନୁକୂଲ୍ୟରେ ଆଜି ଶନିବାର ପୂର୍ବାହ୍ନ ୧୧ ଟା ରୁ ଅପରାହ୍ନ ୨ ଟା ୩୦ ଯାଏଁ ଏହି କାର୍ଯ୍ୟକ୍ରମ ପାଲିତ ହୋଇଛି l ଏହି କାର୍ଯ୍ୟକ୍ରମ ରେ ଅତିରିକ୍ତ ଜିଲ୍ଲାପାଳ ବ୍ରଜବନ୍ଧୁ ଭୋଇ ମୁଖ୍ୟ ଅତିଥି ଭାବରେ ଯୋଗ ଦେଇଥିବା ବେଳେ ଝାରସୁଗୁଡ଼ା ଭିଜିଲାନ୍ସ ଡିଏସପି କଲାବତୀ ବାଗ ସମ୍ମାନିତ ଅତିଥି ଭାବରେ ଯୋଗ ଦେଇଥିବା ବେଳେ ଅନେକ ସରକାରୀ କର୍ମଚାରୀ,ସ୍କୁଲ କଲେଜର ଛାତ୍ରଛାତ୍ରୀ ଏବଂ ବିଶିଷ୍ଟ ମାନ୍ୟଗଣ୍ୟ ବ୍ୟକ୍ତି