ଗଞ୍ଜାମ ଜିଲ୍ଲା ଚିକିଟୀ ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଜରଡ଼ା ପଞ୍ଚାୟତରୁ ଆମ୍ବପୁର ପଞ୍ଚାୟତକୁ ସଂଯୋଗ କରୁଥିବା ରାସ୍ତା ନିର୍ମାଣ କାର୍ଯ୍ଯରେ ଦୁର୍ନୀତି ଅଭିଯୋଗ ହୋଇଛି। ଗୁରୁବାର ଅପରାହ୍ନରେ ରାସ୍ତା ମଝିରେ ଏଭଳି ଅଭିଯୋଗ କରି ପ୍ରତିକ୍ରିୟା ରଖିଛନ୍ତି ଆପ୍ ର ପୂର୍ବତନ ବିଧାୟକ ପ୍ରାର୍ଥୀ ଶ୍ରୀନିବାସ ରେଡ୍ଡୀ।