ମୟୂରଭଞ୍ଜ ଜିଲ୍ଲା ବହଳଦା ବାଇପାସରେ ରାସ୍ତା ଉପରେ ବାଇକ ଷ୍ଟଣ୍ଟ କରିବା ବେଳେ ଦୁଇ ବାଇକ୍ ମୁହାଁମୁହିଁ ଧକ୍କାରେ ଦୁଇ ଜଣ ଗୁରୁତର ହୋଇଛନ୍ତି। ଭାରସାମ୍ୟ ହରାଇ ବିପରୀତ ଦିଗରୁ ଆସୁଥିବା ବାଇକକୁ ଧକ୍କା ଦେଇଥିଲା। ଉଭୟ ବାଇକରେ ଥିବା ଦୁଇ ଜଣଙ୍କୁ ଗୁରୁତର ଅବସ୍ଥାରେ ରାଇରଙ୍ଗପୁର ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ଅବସ୍ଥା ସଂକଟାପନ୍ନ ହେବାରୁ ଉଭୟଙ୍କୁ ବାରିପଦା ସ୍ଥିତ ପିଆରଏମ ମେଡିକାଲ କଲେଜ ଏବଂ ହସ୍ପିଟାଲକୁ ସ୍ଥାନାନ୍ତରିତ କରାଯାଇଛି।