ତଲସରା: ଟିକିଲିପଡା ଗ୍ରାମ ପଞ୍ଚାୟତ କାର୍ଯ୍ୟାଳୟ ପ୍ରାଙ୍ଗଣରେ ଯୁଗ୍ମ ଜନ ଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ
ସୁନ୍ଦରଗଡ଼ ଜିଲ୍ଲାର ବଡ଼ଗାଁ ବ୍ଳକ ଅନ୍ତର୍ଗତ ଟିକିଲି ପଡ଼ା ଗ୍ରାମ ପଞ୍ଚାୟତ କାର୍ଯ୍ୟାଳୟ ପ୍ରାଙ୍ଗଣରେ ଆଜି ବଡ଼ଗାଁ ବ୍ଳକ ପ୍ରଶାସନ ପକ୍ଷରୁ ଯୁଗ୍ମ ଜନ ଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ବଡ଼ଗାଁ ବ୍ଳକ ଅଧ୍ୟକ୍ଷା ଦୁଲାରୀ ସରେଙ୍ଗ ଙ୍କର ସଭାପତିତ୍ବରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ବଡ଼ଗାଁ ବିଡ଼ିଓ ପୁର୍ଣ୍ଣଚନ୍ଦ୍ର ଭୋଇ ଅଂଶଗ୍ରହଣ କରି ଗ୍ରାମ ପଞ୍ଚାୟତର ବିଭିନ୍ନ ଗ୍ରାମ ର ଲୋକଙ୍କର ସମସ୍ୟା ଶୁଣୁଛନ୍ତି।