ବାରିପଦା ସ୍ଥିତ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ଥିବା ସମ୍ମିଳନୀ କକ୍ଷରେ ଶୁକ୍ରବାର ଅପରାହ୍ନ ପ୍ରାୟ ୪ଟାରେ ଜିଲ୍ଲାପାଳ ହେମକାନ୍ତ ସୟଙ୍କ ଉପସ୍ଥିତିରେ ଜିଲ୍ଲାସ୍ତରୀୟ ରାଜସ୍ୱ ବୈଠକ ଅନୁଷ୍ଠିତ ହୋଇଛି। ମୟୁରଭଞ୍ଜ ଜିଲ୍ଲାର ସମସ୍ତ ୨୬ଟି ତହସିଲର ତହସିଲଦାର ଓ ରାଜସ୍ୱ କର୍ମଚାରୀ ମାନେ ଉପସ୍ଥିତ ଥିଲେ। ଆଗାମୀ ରାଜସ୍ୱ ସଂଗ୍ରହ ବାବଦରେ ତହସିଲଦାର ମାନଙ୍କ ସହ ଆଲୋଚନା ବୈଠକ ଅନୁଷ୍ଠିତ ହୋଇଥିଲା।