ପିପିଲି ର ମା’ କନକ ଦୁର୍ଗାଙ୍କ ପୀଠରେ ମହାଷ୍ଟମୀ ପୂଜାକୁ ନେଇ ଭକ୍ତଙ୍କ ମଧ୍ୟରେ ଦେଖିବାକୁ ମିଳିଛି ଅପୂର୍ବ ଉତ୍ସାହ ଓ ଆଧ୍ୟାତ୍ମିକ ଭାବନା। ପାରମ୍ପରିକ ରୀତିନୀତି ଅନୁଯାୟୀ ମା’ଙ୍କ ପୂଜାର୍ଚ୍ଚନା ଚାଲିଥିବା ବେଳେ, ମା’ଙ୍କ ଦର୍ଶନ ପାଇଁ ଦୂରଦୂରାନ୍ତରୁ ଭକ୍ତମାନେ ପୀଠରେ ପହଞ୍ଚୁଛନ୍ତି। ମା’ଙ୍କ ନିକଟରେ ନିଜ ପରିବାରର ସୁଖ, ଶାନ୍ତି ଓ ସମୃଦ୍ଧି କାମନା କରି ଭକ୍ତମାନେ ପୂଜାର୍ଚ୍ଚନା କରୁଛନ୍ତି। ପୂଜା ଅବସରରେ ପୀଠରେ ସୃଷ୍ଟି ହୋଇଛି ଏକ ଆଧ୍ୟାତ୍ମିକ ଓ ଭକ୍ତିମୟ ପରିବେଶ
#charchatv #odishanews #breakingnews