କୋରାପୁଟ ସହର: କୋରାପୁଟ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ଅନ୍ତୋଦୟ ଯୋଜନାରେ ଗୃହ ନିର୍ମାଣର ପ୍ରଥମ କିସ୍ତି ଅର୍ଥ ରାଶି ପ୍ରଦାନ କାର୍ଯ୍ୟକ୍ରମ
ଓଡ଼ିଶା ମୁଖ୍ୟମନ୍ତ୍ରୀଙ୍କ କରକମଳରେ ଆଜି ୪୭୧ଟି ନୂତନ ଗ୍ରାମ ପଞ୍ଚାୟତ କାର୍ଯ୍ୟାଳୟର ଭିତ୍ତିପ୍ରସ୍ତର ସ୍ଥାପନ ଏବଂ 'ଅନ୍ତ୍ୟୋଦୟ ଗୃହ ଯୋଜନା'ର ତୃତୀୟ ପର୍ଯ୍ୟାୟରେ ହିତାଧିକାରୀଙ୍କୁ ଗୃହ ନିର୍ମାଣ ନିମନ୍ତେ ପ୍ରଥମ କିସ୍ତି ଅର୍ଥ ରାଶି ପ୍ରଦାନ କରାଯାଇଛି। ଏହି କ୍ରମରେ ଆଜି ଦିନ ୧୨ଘଣ୍ଟା ସମୟରେ କୋରାପୁଟ ଜିଲ୍ଲାରେ କୋରାପୁଟ ଜିଲ୍ଲାପାଳ ଏବଂ ଅନ୍ୟାନ୍ୟ ଜିଲ୍ଲାସ୍ତରୀୟ ବିଭାଗୀୟ ଅଧିକାରୀଙ୍କ ଉପସ୍ଥିତିରେ ୨୧୬୮ଜଣ ହିତାଧିକାରୀଙ୍କୁ ଅନ୍ତୋଦୟ ଯୋଜନାରେ ଗୃହ ନିର୍ମାଣ କରିବା ନିମନ୍ତେ ପ୍ରଥମ କିସ୍ତି ଅର୍ଥ ରାଶି ପ୍ରଦାନ କରାଯାଇଛି ।