ସୁନ୍ଦରଗଡ଼ ଜିଲ୍ଲାର ବଡ଼ଗାଁ ଥାନା ଅନ୍ତର୍ଗତ ଝଣ୍ଡେଲବୁଡ ନିକଟରେ ଆଜି ଅପରାହ୍ନରେ ଘଟିଥିବା ଏକ ଦୁର୍ଘଟଣାରେ ସାତ ଜଣ ଗୁରୁତର ଆହତ ହୋଇଛନ୍ତି। ସେମାନଙ୍କୁ ଉଦ୍ଧାର କରି ବଡ଼ଗାଁ ଡାକ୍ତରଖାନା ରେ ପ୍ରାଥମିକ ଚିକିତ୍ସାପରେ ଅଧିକ ଚିକିତ୍ସା ପାଇଁ ସୁନ୍ଦରଗଡ଼ ଡାକ୍ତରଖାନା କୁ ସ୍ଥାନାନ୍ତରିତ କରାଯାଇଛି। ବଡ଼ଗାଁ ପୋଲିସ ଘଟଣାର ଅଧିକ ତଦନ୍ତ ଜାରି ରଖିଛି।