ବାଲେଶ୍ବର ମ୍ୟୁନିସିପାଲଟି: ଜିଲ୍ଲା ଭିଜିଲାନ୍ସ କାର୍ଯ୍ୟାଳୟ ଠାରେ ଦୁର୍ନୀତି ନିବାରଣ ସପ୍ତାହ ସଚେତନତା ଶୋଭାଯାତ୍ରା ର ଶୁଭାରମ୍ଭ କଲେ ଭିଜିଲାନ୍ସ ଏସପି
ବାଲେଶ୍ୱର ଜିଲ୍ଲା ଦୁର୍ନୀତି ନିବାରଣ ବିଭାଗ ପକ୍ଷରୁ ଜିଲ୍ଲାରେ ଦୁର୍ନୀତି ନିବାରଣ ସଚେତନତା ସପ୍ତାହ ପାଳନ ଅବସରରେ ଲୋକମାନଙ୍କ ମଧ୍ୟରେ ସଚେତନତା ଜାଗୃତ କରାଯାଇଛି।ଏହି ପରିପ୍ରେକ୍ଷୀରେ ଆଜି ପୂର୍ବାହ୍ନ ୯ ଟା ସମୟରେ ଜିଲ୍ଲା ଦୁର୍ନୀତି ନିବାରଣ କାର୍ଯ୍ୟାଳୟ ଠାରେ ଏକ ସଚେତନତା ଶୋଭାଯାତ୍ରା ବାହାରି ସହର ପରିକ୍ରମା କରିଥିଲେ।ଏହି ଶୋଭାଯାତ୍ରାକୁ ଭିଜିଲାନ୍ସ ଏସପି ଅରୁଣ କୁମାର ନାୟକ ପତାକା ଦେଖାଇ ଶୁଭାରମ୍ଭ କରିଥିଲେ।ଶୋଭାଯାତ୍ରାରେ ସ୍କୁଲ,କଲେଜ ର ଛାତ୍ରଛାତ୍ରୀ ଓ ଅଙ୍ଗନୱାଡ଼ି କର୍ମୀ ପ୍ରମୁଖ ଅଂଶ ଗ୍ରହଣ କରିଥିଲେ।