ଭୁବନେଶ୍ବର ମ୍ୟୁନିସିପାଲଟି କର୍ପୋରେସନ: ୪ଦିନ ପର୍ଯ୍ୟନ୍ତ ପ୍ରବଳ ବର୍ଷା ନେଇ ଭୁବନେଶ୍ୱର ପାଣିପାଗ ଅଫିସରେ ପ୍ରତିକ୍ରିୟା ରଖିଲେ ପାଣିପାଗ କେନ୍ଦ୍ର ନିର୍ଦ୍ଦେଶିକା ମନୋରମା ମହାନ୍ତି
ବର୍ଷାରେ ଭିଜିବ ଦଶହରା। ଲଘୁଚାପ ପ୍ରଭାବରେ ଆସନ୍ତା ୪ଦିନ ପର୍ଯ୍ୟନ୍ତ ପ୍ରବଳ ବର୍ଷା ସମ୍ଭାବନା ରହିଥିବା ନେଇ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ବୁଧବାର କେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ। ଏହା ଅକ୍ଟୋବର ୨ତାରିଖ ବେଳକୁ ପଶ୍ଚିମ-କେନ୍ଦ୍ରୀୟ ଏବଂ ପାର୍ଶ୍ୱବର୍ତ୍ତୀ ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ଅବପାତରେ ପରିଣତ ହେବା ନେଇ ସମ୍ଭାବନା ରହିଛି।