ପଦ୍ମପୁର: ପାଇକମାଲ ବ୍ଲକର ବିଭିନ୍ନ କାର୍ଯ୍ୟକ୍ରମ ରେ ଯୋଗଦେଲେ ବରଗଡ଼ ସାଂସଦ ପ୍ରଦୀପ ପୁରୋହିତ
ଆଜି ଶନିବାର ବରଗଡ଼ ଜିଲ୍ଲା ପଦ୍ମପୁର ଉପଖଣ୍ଡ ପାଇକମାଲ ବ୍ଲକରେ ବିଭିନ୍ନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ଏହି ଅବସରରେ ଆଜି ସକାଳ 10ଟା 30 ମିନିଟ ସମୟ ପାଖା ପାଖି ରେ ପାଇକମାଲ ଯମୁନା କନ୍ଧୁଣି ବାଳିକା ଉଚ୍ଚ ବିଦ୍ୟାଳୟ ର 33ତମ ବାର୍ଷିକ ଉତ୍ସବ ରେ ମୁଖ୍ୟ ଅତିଥି ଭାବରେ ଯୋଗଦେଇଥିଲେ ବରଗଡ଼ ସାଂସଦ ପ୍ରଦୀପ ପୁରୋହିତ। ପରେ ଅନ୍ୟ ଏକ କାର୍ଯ୍ୟକ୍ରମ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ପାଇକମାଲ ର ବାର୍ଷିକ କ୍ରୀଡ଼ା ଉତ୍ସବରେ ଯୋଗଦେଇ ଛାତ୍ର ଛାତ୍ରୀ ଙ୍କୁ ଉତ୍ସାହିତ କରିଥିଲେ