ଲୋଇସିଂହା ବ୍ଲକ ଗେର୍ଡି ସ୍ଥିତ ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟର ବାର୍ଷିକ ଉତ୍ସବ ଉତ୍ସାହ ଓ ଆନନ୍ଦରେ ଅନୁଷ୍ଠିତ ହୋଇଯାଇଛି। ପ୍ରଧାନଶିକ୍ଷକ ସଞ୍ଜୀବ କୁମାର ଯୋଶୀଙ୍କ ସଭାପତିତ୍ୱରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଗ୍ରାମ ସରପଞ୍ଚ ସଦାଶିବ କହ୍ନେର ଯୋଗ ଦେଇଥିଲେ। ମୁଖ୍ୟବକ୍ତା ଭାବେ ସିଆରସିସି ନିତ୍ୟାନନ୍ଦ ବାଗ ଶିକ୍ଷାର ଗୁରୁତ୍ୱ ଉପରେ ଆଲୋକପାତ କରିଥିଲେ। ବାର୍ଷିକ କ୍ରୀଡ଼ା ଓ ପ୍ରତିଯୋଗିତାର କୃତୀ ଛାତ୍ରଛାତ୍ରୀଙ୍କୁ ପୁରସ୍କୃତ କରାଯାଇଥିଲା। ଶେଷରେ ଛାତ୍ରଛାତ୍ରୀଙ୍କ ସାଂସ୍କୃତିକ କାର୍ଯ୍ୟକ୍ରମ ସମସ୍ତଙ୍କୁ ମନୋରଞ୍ଜନ କରିଥିଲା।