ଖୁଣ୍ଟୁଣି ଅଞ୍ଚଳରେ ଜଙ୍ଗଲ ମଧ୍ୟରେ ଜନୈକା ଆଦିବାସୀ ମହିଳାଙ୍କୁ ଗଣ ଦୁଷ୍କର୍ମ ଘଟଣାରେ ଗିରଫ ହୋଇଥିବା ଦୁଇ ଅଭିଯୁକ୍ତଙ୍କୁ ଆଜି ଅପରାହ୍ନରେ କୋର୍ଟ ଚାଲାଣ କରିଛି ପୋଲିସ। ସୂଚନା ଅନୁସାରେ ଗତ ମାର୍ଚ୍ଚ ମାସରେ ଜନୈକା ଆଦିବାସୀ ମହିଳାଙ୍କୁ ଖୁଣ୍ଟୁଣି ଅଞ୍ଚଳରେ ଜଙ୍ଗଲରେ ଗଣ ଦୁଷ୍କର୍ମ ହୋଇଥିବା ନେଇ ପୋଲିସ ନିକଟରେ ଅଭିଯୋଗ ହୋଇଥିଲା। ପୋଲିସ ଏହି ଘଟଣାର ତଦନ୍ତ କରି ଗତକାଲି ଦୁଇ ଅଭିଯୁକ୍ତଙ୍କୁ ଗିରଫ କରିଥିଲା।