ଅନ୍ତର୍ଜାତୀୟ ଭିନ୍ନକ୍ଷମ ଦିବସ ଭୁବନେଶ୍ଵର ସ୍ଥିତ ସୋଆ ବିଶ୍ଵବିଦ୍ୟାଳୟରେ ଆଜି ଅପରାହ୍ନ 3 ଟା ରେ ଉଦଘାଟିତ ହୋଇଛି। ୩ ଦିନ ଧରି ଚାଲିବାକୁ ଥିବା ଏହି କାର୍ଯ୍ୟକ୍ରମକୁ ଉମରକୋଟ ବିଧାୟକ ତଥା ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ଉଦଘାଟନ କରିଛନ୍ତି। ଏହି ଅବସରରେ ମନ୍ତ୍ରୀ କହିଛନ୍ତି ଭିନ୍ନକ୍ଷମ ବ୍ୟକ୍ତି ମାନଙ୍କୁ ପ୍ରତ୍ୟେକ କ୍ଷେତ୍ରରେ ସ୍ବାବଲମ୍ବୀ କରି ଗଢି ତୋଳିବା ଏବଂ ମର୍ଯ୍ୟାଦାପୂର୍ଣ୍ଣ ଜୀବନ ବଞ୍ଚିବା ପାଇଁ ଅନୁକୂଳ ପରିବେଶ ସୃଷ୍ଟି କରିପାରିଲେ ହିଁ ଭିନ୍ନକ୍ଷମ ଦିବସ ପାଳନର ଉଦ୍ଦେଶ୍ୟ ସଫଳ ହେବ।