ଗଞ୍ଜାମ ବ୍ଲକ ମଲାଡ଼ ପଞ୍ଚାୟତ ବରୋଦା ଗ୍ରାମର ଖଳାରେ ମଙ୍ଗଳବାର ଅପରାହ୍ନରେ ହଠାତ୍ ନିଆଁ ଲାଗିଯାଇଛି। ଫଳରେ ଖଳାରେ ଅମଳ କରିବାକୁ ଗଦା କରାଯାଇଥିବା ୩୫ ଭରଣ ଜମିର ଧାନ ସମ୍ପୂର୍ଣ ଜଳି ପୋଡି ନଷ୍ଟ ହୋଇଯାଇଥିବା ଜଣାପଡିଛି । ନିଆଁ ଲାଗିବା ଖବରପାଇ ଛତ୍ରପୁର ଅଗ୍ନିଶମ ବିଭାଗ କର୍ମଚାରୀ ଘଟଣା ସ୍ଥଳରେ ପହଂଚି ପ୍ରାୟ ଦୁଇଘଣ୍ଟା ପରେ ନିଆଁକୁ ଆୟତ୍ତ କରିବାରେ ସକ୍ଷମ ହୋଇଥିଲେ।