ଝାରସୁଗୁଡା: ଝାରସୁଗୁଡା ଜିଲ୍ଲା ପ୍ରଶାସନ ଓ ଜିଲ୍ଲା ସ୍ୱାସ୍ତ୍ୟ ବିଭାଗ ପକ୍ଷରୁ ବିଶ୍ୱ ଏଡ୍ସ ଦିବସ ପାଳନ ଅବସରରେ ଏକ ସଚେତନତା ରେଲି ଅନୁଷ୍ଠିତ
ଝାରସୁଗୁଡା ଜିଲ୍ଲା ପ୍ରଶାସନ ଓ ଜିଲ୍ଲା ସ୍ୱାସ୍ତ୍ୟ ବିଭାଗ ପକ୍ଷରୁ ବିଶ୍ୱ ଏଡ୍ସ ଦିବସ ପାଳନ ଅବସରରେ ଏକ ସଚେତନତା ରେଲି ଅନୁଷ୍ଠିତ ହୋଇଯାଇଛି। ତେବେ ଆଜି ଆଜି ସକାଳ ଦଶଟା ସମୟରେ ବିଶ୍ୱ ଏଡ୍ସ ଦିବସ ପାଳନ ଅବସରରେ ଝାରସୁଗୁଡା ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ରୁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ପର୍ଯ୍ୟନ୍ତ ଏହି ସଚେତନତା ରେଲି ଅନୁଷ୍ଠିତ ହୋଇଥିଲା। ଆୟୋଜିତ ଏହି ରେଳିରେ ଜିଲ୍ଲା ପ୍ରଶାସନ ଓ ସ୍ୱାସ୍ତ୍ୟ ବିଭାଗର ଅଧିକାରୀ, କର୍ମଚାରୀ, ବିଭିନ୍ନ ସ୍ବେଚ୍ଛାସେବୀ ଅନୁଷ୍ଠାନର ସଦସ୍ୟ ଓ ଅନେକ ଛାତ୍ରଛାତ୍ରୀ ବିଭିନ୍ନ ଫ୍ଲାକାର୍ଡ ଧରି ସାମିଲ ହୋଇ ଜନସାଧାରଣଙ୍କୁ ସଚେତନ କରାଇଥିଲେ।