ମୟୁରଭଞ୍ଜ ଏଥଲେଟିକ ଏସୋସିଏସନ ଆନୁକୂଲ୍ୟରେ ବାରିପଦା ଷ୍ଟାଡିୟମ ପଡିଆରେ ଜିଲ୍ଲାସ୍ତରୀୟ ଖେଳକୁଦ ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି I ଏହି ପ୍ରତିଯୋଗିତାରେ ଜିଲ୍ଲାର ବିଭିନ୍ନ ପ୍ରାନ୍ତରୁ ପ୍ରାୟ ୨ଶହ ଖେଳାଳି ଅଂଶଗ୍ରହଣ କରିଥିବା ବେଳେ ବିଭିନ୍ନ ବର୍ଗରେ ଦୌଡ଼, ଡିଆଁ, ଥ୍ରୋ ଆଦି ପ୍ରତିଯୋଗିତାରୁ ମୋଟ ୨୯ ଜଣ ରାଜ୍ୟସ୍ତରକୁ ମନୋନୀତ ହୋଇଛନ୍ତି I