ନବରଙ୍ଗପୁର ପୋଲିସ ଷ୍ଟେସନ: ଆଶା କିରଣ ରେ ଜିଲ୍ଲା ଆଇନ ସେବା ପ୍ରାଧିକରଣ ପକ୍ଷରୁ ଆନ୍ତର୍ଜାତିକ ଭିନ୍ନକ୍ଷମ ଦିବସ ପାଳିତ
ଆଜି ଆନ୍ତର୍ଜାତିକ ଭିନ୍ନକ୍ଷମ ଦିବସ ପାଳନ ଅବସରରେ ଜିଲ୍ଲା ଆଈନ ସେବା ପ୍ରାଧିକରଣ, ନବରଙ୍ଗପୁର ତରଫରୁ ନବରଙ୍ଗପୁର ଜିଲ୍ଲା ଅନ୍ତର୍ଗତ ଆଶାକିରଣ (ମାନସିକ ଅନଗ୍ରସର ପିଲାଙ୍କ ନିମନ୍ତେ ଶିକ୍ଷା ଓ ବୈଷୟିକ ତାଲିମ କେନ୍ଦ୍ର) ପରିସରରେ ଭିନ୍ନକ୍ଷମ ଛାତ୍ରଛାତ୍ରୀ ମାନଙ୍କୁ ଫଳ ଓ ବିସ୍କୁଟ ପ୍ରଦାନ କରାଯାଇଛି । ଏହି କାର୍ଯ୍ୟକ୍ରମ ଜିଲ୍ଲା ଆଇନ ସେବା ପ୍ରାଧିକରଣ, ନବରଙ୍ଗପୁର ଅଧ୍ୟକ୍ଷ ତଥା ଜିଲ୍ଲା ଦୌରାଜର୍ଜ ଶ୍ରୀଯୁକ୍ତ ସୁବ୍ରତ ମହାନ୍ତିଙ୍କ ନିର୍ଦ୍ଧେଶ କ୍ରମେ ଆୟୋଜିତ ହୋଇଥିଲା