ଝାରସୁଗୁଡା ଜିଲ୍ଲା ଲଖନପୁର ବ୍ଲକ ଅନ୍ତର୍ଗତ କ୍ଷମାନିଧି ହାଇସ୍କୁଲ କତରବଗା ଠାରେ ରାଜ୍ୟ ସ୍ତରୀୟ ଚିତ୍ରାଙ୍କନ ପ୍ରତିଯୋଗିତା ଅନୁଷ୍ଠିତ ହୋଇଛି l ସ୍ବାମୀ ବିବେକାନନ୍ଦ ଲୋକ ସଂସଦ ପକ୍ଷରୁ ଆଜି ରବିବାର ପୂର୍ବାହ୍ନ ୧୧ ଟା ରୁ ଅପରାହ୍ନ ୧ ଟା ଯାଏଁ ଏହି ପ୍ରତିଯୋଗିତା ଅନୁଷ୍ଠିତ ହୋଇଛି l ଏହି ପ୍ରତିଯୋଗିତା ଉଭୟ କନିଷ୍ଠ ଓ ବରିଷ୍ଠ ବିଭାଗରେ ଅଞ୍ଚଳର ଅନେକ ସ୍କୁଲର ଶତାଧିକ ଛାତ୍ର ଛାତ୍ରୀ ଭାଗ ନେଇଥିଲେ। ଏହି ପ୍ରତିଯୋଗିତାର ପର୍ଯ୍ୟବେକ୍ଷକ ଭାବରେ ସ୍ବାମୀ ବିବେକାନନ୍ଦ ଲୋକ ସଂସଦ ପଶ୍ଚିମ ସମ୍ଭାଗ ସମ୍ପାଦକ ତଥା ଲକ୍ଷ୍ମୀ ନାରାୟଣ ମହାବିଦ୍ୟାଳୟ ଝାରସୁଗୁଡ଼ାର ବରିଷ୍ଠ ପ୍ରାଧ୍ୟାପକ