ଝରିଗାଁ: ଚନ୍ଦାହାଣ୍ଡି ଠାରେ ଜିଲ୍ଲାପାଳଙ୍କ ଅଧ୍ୟକ୍ଷତାରେ ଏକ ଜନଶୁଣାଣି ଶିବିର ଅନୁଷ୍ଠିତ
ଚନ୍ଦାହାଣ୍ଡି ଠାରେ ଜିଲ୍ଲାପାଳଙ୍କ ଅଧ୍ୟକ୍ଷତାରେ ଏକ ଜନଶୁଣାଣି ଶିବିର ଅନୁଷ୍ଠିତ। ଚନ୍ଦାହାଣ୍ଡି ପଂଚାୟତ ସମିତି ସମ୍ମିଳନୀ ଗୃହରେ ଜିଲ୍ଲାପାଳ ଡ ମହେଶ୍ଵର ସ୍ୱାଇଁଙ୍କ ଅଧ୍ୟକ୍ଷତାରେ ଏକ ଜନ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରେ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ଜିଲ୍ଲା ପରିଷଦ ବିରଞ୍ଚିଁ ନାରାୟଣ ଦରୱାନ , ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ଆଦିତ୍ୟ କୁମାର ସେନ,ଉପ ଜିଲ୍ଲାପାଳ ପ୍ରକାଶ କୁମାର ମିଶ୍ରଙ୍କ ସମେତ ସମସ୍ତ ଜିଲ୍ଲା ସ୍ତରୀୟ ବିଭାଗୀୟ ଅଧିକାରୀ ଉପସ୍ଥିତ ଥିଲେ।