ଜଗତସିଂହପୁର: ଜଗତସିଂହପୁର ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି
ଆସନ୍ତାକାଲି ଜଗତସିଂହପୁର ଜିଲ୍ଲାରେ ଘଣ୍ଟା ପ୍ରତି 30 ରୁ 40 କିମି ବେଗରେ ପବନ ବହିବା ସହ ବିଜୁଳି ଘଡ଼ଘଡ଼ି ହେବାର ସମ୍ଭାବନା ରହିଛି। ଏନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇ ଜିଲ୍ଲାବାସୀଙ୍କୁ ସତର୍କ ରହିବାକୁ କୁହାଯାଇଛି।