ବିହାର ବିଜୟ ପରେ ଆଜି ଝାରସୁଗୁଡା ବୀମାନବନ୍ଦରରେ କେନ୍ଦ୍ରଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ପହଞ୍ଚିବା ପରେ ଭାରତୀୟ ଜନତା ପାର୍ଟି ଝାରସୁଗୁଡା ଜିଲ୍ଲା ପକ୍ଷରୁ ଭଵ୍ୟ ସ୍ୱାଗତ ସମ୍ବର୍ଦ୍ଧନା ଜ୍ଞାପନ କରାଯାଇଛି। ତେବେ ଆଜି ସନ୍ଧ୍ୟା ସାଢ଼େ ଛଅଟା ସମୟରେ କେନ୍ଦ୍ର ଶିକ୍ଷା ମନ୍ତ୍ରି ଧର୍ମେନ୍ଦ୍ର ପ୍ରଧାନ ଝାରସୁଗୁଡା ବିର ସୁରେନ୍ଦ୍ର ସାଏ ବିମାନ ବନ୍ଦରରେ ପହଁଚିବା ପରେ ଝାରସୁଗୁଡା ବିଧାୟକ ଟଙ୍କଧର ତ୍ରିପାଠୀ, ବରଗଡ଼ ସାଂସଦ ପ୍ରଦୀପ ପୁରୋହିତ, ଝାରସୁଗୁଡା ଜିଲ୍ଲା ବିଜେପି ସଭାପତି ରଘୁନନ୍ଦନ ପଣ୍ଡା ଏବଂ ହଜାର ହଜାର ବିଜେପି କାର୍ଯ୍ୟକର୍ତା ଉପସ୍ଥିତ ରହି ସ୍ୱାଗତ ସମ୍ବର୍ଦ୍ଧନା