ଅନୁଗୋଳ ଜିଲ୍ଲା ଅନୁଗୋଳ ସଦର ଥାନା ଅନ୍ତର୍ଗତ କୁମଣ୍ଡ ଗ୍ରାମରେ ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଦୁଇ ସାହି ମଧ୍ୟରେ ମୁହାଁମୁହିଁ ହୋଇଛି। ଗତ କାଲି ରାତିରେ ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଦୁଇ ସାହି ମଧ୍ୟରେ ମୁହାଁମୁହିଁ ହୋଇଥିବା ସୂଚନା ମିଳିଛି। ଯାହା ଫଳରେ ପରିସ୍ଥିତି ଅଣାୟତ୍ତ ହେବାରୁ ଏକ ପ୍ଲାଟୁନ ପୋଲିସ ଫୋର୍ସ ମୁତୟନ କରାଯାଇଛି।