ତଲସରା: ବଡ଼ଗାଁ ବ୍ଳକ କାର୍ଯ୍ୟାଳୟ ରେ ଜିଲାପାଳ ଙ୍କର ଜନ ଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ
ବଡଗାଁ ବ୍ଲକ ପରିସରରେ ଆଜି ଜିଲ୍ଲା ପ୍ରଶାସନ ପକ୍ଷରୁ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି। ଏଥିରେ ଜିଲ୍ଲାପାଳ ଡା. ଶୁଭଙ୍କର ମହାପାତ୍ର ଏବଂ ଆରକ୍ଷୀ ଅଧିକ୍ଷକ ଶ୍ରୀମତୀ ଅମ୍ରିତପାଲ କୌର ଉପସ୍ଥିତ ରହି ଜନସାଧାରଣଙ୍କର ଅଭିଯୋଗ ଗୁଡ଼ିକର ଶୁଣାଣି କରିଥିଲେ। ଆଜି ମୋଟ ୮୯ ଗୋଟି ଅଭିଯୋଗ ଆସିଥିଲା। ସେଥି ମଧ୍ୟରୁ ୩୭ ଗୋଟି ବ୍ୟକ୍ତିଗତ ଅଭିଯୋଗ ରହିଥିବାବେଳେ ୩୯ ଗୋଟି ସାମୁହିକ ଅଭିଯୋଗ ରହିଥିଲା। ଏହି ସବୁ ଅଭିଯୋଗ ଗୁଡ଼ିକ ମଧ୍ୟରୁ ୧୩ ଗୋଟି ଅଭିଯୋଗର ତତ୍ କ୍ଷଣାତ ସମାଧାନ ହୋଇଛି।