ରାଉରକେଲା-ରାଞ୍ଚି ମୁଖ୍ୟ ରେଳପଥରେ ବୁଧବାର ବଡ଼ ଧରଣର ଦୁର୍ଘଟଣା ଘଟିଛି। ଏହି ରେଳପଥର ବାନୋ ଏବଂ କନରାଓ୍ବା ଷ୍ଟେସନ ମଧ୍ୟରେ ପୂର୍ବାହ୍ନ ପ୍ରାୟ ୧୦ଟାରେ ଏକ ମାଲବାହୀ ଟ୍ରେନ ଲାଇନଚ୍ୟୁତ ହେବା ଫଳରେ ଟ୍ରେନ ଚଳାଚଳ ବାଧାପ୍ରାପ୍ତ ହୋଇଛି। ଦୁର୍ଘଟଣାରେ ପ୍ରାୟ ୧୦ଟି ବଗି ଲାଇନଚ୍ୟୁତ ହେବା ସହିତ କ୍ଷତିଗ୍ରସ୍ତ ହୋଇଥିବା ସୂଚନା ମିଳିଛି।