ଓଡିଶାର ବୈଷୟିକ ଶିକ୍ଷାର ପ୍ରମୁଖ କେନ୍ଦ୍ର ଭାବରେ ବିଜୁ ପଟ୍ଟନାୟକ ବୈଷୟିକ ବିଶ୍ୱବିଦ୍ୟାଳୟ ଏହାର ଦ୍ୱାଦଶତମ ସମାବର୍ତ୍ତନ ଉତ୍ସବ ଗୁରୁବାର ମଧ୍ୟାହ୍ନରେ ଅନୁଷ୍ଠିତ ହୋଇଯାଇଛି। ରାଉରକେଲା ସ୍ଥିତ ବିଶ୍ୱବିଦ୍ୟାଳୟ ପରିସରରେ ଆୟୋଜିତ ଏହି ଦ୍ୱାଦଶତମ ସମାବର୍ତ୍ତନ ଉତ୍ସବରେ ଓଡ଼ିଶାର ମହାମହିମ ରାଜ୍ୟପାଳ ତଥା ବିଶ୍ଵବିଦ୍ୟାଳୟର କୁଳାଧିପତି ଡ଼କ୍ଟର ହରି ବାବୁ କମ୍ଭମପାଟି ଅଧ୍ୟକ୍ଷତା କରିଥିଲେ।