ଗୋପାଳପୁର: ମୀନାକ୍ଷୀ ନଗର୍ ସ୍ଥିତ ସେଣ୍ଟ ଜାଭିୟର୍ସ ହାଇ ସ୍କଲରେ ବିଧାୟକ ଓ ସାଂସଦ ଙ୍କ ଦ୍ଵାରା ବୃକ୍ଷ ରୋପଣ
ମୀନାକ୍ଷୀ ନଗର୍ ସ୍ଥିତ ସେଣ୍ଟ ଜାଭିୟର୍ସ ହାଇ ସ୍କୁଲ ରେ ବୁଧବାର ପୂର୍ବାହ୍ନରେ ଛାତ୍ରଛାତ୍ରୀ ମାନଙ୍କ ଉପସ୍ଥିତିରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଙ୍କ ୭୫ତମ ଜନ୍ମ ଦିନ ଅବସରରେ ଏକ ପେଡ ମାକେ ନାମ ମାଧ୍ୟମରେ ସାଂସଦ ଡ. ପ୍ରଦୀପ କୁମାର ପାଣିଗ୍ରାହୀ ଓ ବିଧାୟକ କେ. ଅନିଲ କୁମାର ମୁଖ୍ୟ ଅତିଥି ଓ ମୁଖ୍ୟବକ୍ତା ଭାବେ ଯୋଗ ଦେଇ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ର ଶୁଭାରମ୍ଭ କରିଥିଲେ। ଅତିଥି ମାନେ ଛାତ୍ରଛାତ୍ରୀ ମାନଙ୍କୁ ମା ପ୍ରତି ସମ୍ମାନ ଓ ଧରିତ୍ରୀ ମାର ସୁରକ୍ଷା ଉଦ୍ଦେଶ୍ୟରେ ସମସ୍ତେ ଗଛ ଲଗେଇ ବାକୁ ପରାମର୍ଶ ଦେଇଥିଲେ ।