ମାହାଙ୍ଗା: ମାହାଙ୍ଗା ନିର୍ବାଚନ ମଣ୍ଡଳୀର ଅଳିଯୋଡ଼ା ଠାରେ ବିଧାୟକଙ୍କ ଉପସ୍ଥିତିରେ ଅନ୍ୟଦଳ ଛାଡି ବିଜେଡିରେ ଯୋଗଦାନ।
ଆଜି ସୋମବାର ଅପରାହ୍ନରେ ମାହାଙ୍ଗା ନିର୍ବାଚନ ମଣ୍ଡଳୀର ଅଳିଯୋଡ଼ା ଠାରେ ମାନ୍ୟବର ବିଧାୟକ ଶ୍ରୀଯୁକ୍ତ ପ୍ରତାପ ଜେନାଙ୍କ ନେତୃତ୍ୱରେ ଅନୁପ୍ରାଣିତ ହୋଇ ମାହାଙ୍ଗା ବ୍ଳକର ୨୫ରୁ ଉର୍ଦ୍ଧ୍ବ କର୍ମୀ ଅନ୍ୟ ଦଳ ଛାଡି ବିଜେଡିରେ ଯୋଗଦାନ କରିଛନ୍ତି। ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ନବୀନ ପଟ୍ଟନାୟକଙ୍କ ସ୍ବଚ୍ଛ ଶାସନ ଓ ମାନ୍ୟବର ବିଧାୟକ ଶ୍ରୀଯୁକ୍ତ ପ୍ରତାପ ଜେନାଙ୍କ ବିକାଶ ମୂଳକ କାର୍ଯ୍ୟରେ ଅନୁପ୍ରାଣିତ ହୋଇ ବିଜେଡିରେ ଯୋଗଦାନ କରିଛନ୍ତି। ବିଧାୟକ ସେମାନଙ୍କୁ ଉତ୍ତରୀୟ ଦେଇ ସ୍ୱାଗତ କରିଥିଲେ।