ବଲାଙ୍ଗୀର ଜିଲ୍ଲା କଣ୍ଟାବାଞ୍ଜି ପି.ଏମ୍. ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ, ପରିସରରେ ବାର୍ଷିକ କ୍ରୀଡ଼ା ଉତ୍ସବ ମହାସମାରୋହରେ ଅନୁଷ୍ଠିତ ହୋଇଯାଇଛି। ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଅଶୋକ ତରିଆଙ୍କ ସଭାପତିତ୍ୱରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ତୁରେକେଲା ବ୍ଲକ୍ ଶିକ୍ଷା ଅଧିକାରୀ ଗୌତମ ପଟେଲ୍ ଯୋଗଦେଇ କ୍ରୀଡ଼ା ପତାକା ଉତ୍ତୋଳନ ପୂର୍ବକ ଉତ୍ସବକୁ ଉଦ୍ଘାଟନ କରିଥିଲେ।