ବୌଦ୍ଧ ସଦର: ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ଜିଲ୍ଲା ସ୍ତରୀୟ ଆନ୍ତର୍ଜାତୀୟ ମାଣ୍ଡିଆ ଦିବସ ପାଳନ ପାଇଁ ପ୍ରସ୍ତୁତି ବୈଠକ ଅନୁଷ୍ଠିତ
ଶନିବାର ଅପରାନ୍ହରେ ବୌଦ୍ଧ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ଆନ୍ତର୍ଜାତୀୟ ମାଣ୍ଡିଆ ଦିବସ ପାଳନ ପାଇଁ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇ ଯାଇଛି l ଜିଲ୍ଲାପାଳ ବିଭୁତି ଭୁଷଣ ନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ଜିଲ୍ଲା ମୁଖ୍ୟ କୃଷି ଅଧିକାରୀ ପିଭି ରମଣ ରାଓ ବୈଠକକୁ ସଂଯୋଜନା କରିଥିଲେ | ଅନ୍ୟ ମାନଙ୍କ ମଧ୍ୟରେ ବିଭିନ୍ନ ବିଭାଗର ଅଧିକାରୀ, ସ୍ବେଚ୍ଛାସେବୀ ଅନୁଷ୍ଠାନର ପ୍ରତିନିଧି ଓ କୃଷି ଉତ୍ପାଦକ କମ୍ପାନୀର କର୍ମକର୍ତ୍ତା ମାନେ ଯୋଗ ଦେଇଥିଲେ |